ଚାଷୀଙ୍କୁ ମିଳିଲା ଇନପୁଟ ସହାୟତା ରାଶି

ବରଗଡ଼ରୁ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୮/୧୨: ଚାଷୀଙ୍କୁ ମିଳିଲା ଇନପୁଟ ସହାୟତା ରାଶି। ଓଡ଼ିଶାର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଧାନ କ୍ୱିଣ୍ଟାଲ ପିଛା ୮୦୦ ଟଙ୍କା ଅତିରିକ୍ତ ସହାୟତା ମିଳିଛି। ବରଗଡ଼ ଜିଲ୍ଲା ସୋହେଲାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ରାଶି ପ୍ରଦାନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇଥିଲେ।

ପୁରୀରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଥିବା ବେଳେ ସମ୍ବଲପୁରରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଉପସ୍ଥିତ ଥିଲେ।