ରାଜ୍ୟସଭା ଉପନିର୍ବାଚନ: ନାମାଙ୍କନ ଭରିଲେ ସୁଜିତ କୁମାର
ସୁଜିତ କୁମାରଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି।
ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୯/୧୨: ରାଜ୍ୟସଭା ନିର୍ବାଚନା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ପ୍ରାର୍ଥୀ ଭାବେ ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ନାମ ଘୋଷଣା କରିଛି ବିଜେପି। ଏ ନେଇ ବରିଷ୍ଠ ବିଜେପି ନେତା ପ୍ରଦୀପ ନାୟକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଦଳର ସଂସଦୀୟ ବୋର୍ଡର ନିଷ୍ପତ୍ତି ଅନୁଯାୟୀ ସୁଜିତ କୁମାରଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି।
ଆଜି ଅପରାହ୍ନରେ ସୁଜିତ କୁମାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସହ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଡିସେମ୍ବର ୧୦ ରହିଥିବା ବେଳେ ଡିସେମ୍ବର ୧୧ ତାରିଖ ସୁଦ୍ଧା ନାମାଙ୍କନ ପତ୍ର ଯାଞ୍ଚ କରାଯିବା ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଡିସେମ୍ବର ୧୩ ରହିଛି। ସୂଚନାଯୋଗ୍ୟ, ଆସନ୍ତା ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ହେବ।
ଉଲ୍ଲେଖଯୋଗ୍ୟ, ଗତ ସେପ୍ଟେମ୍ବର ୬ ତାରିଖରେ ବିଜେଡିରୁ ଇସ୍ତଫା ଦେବା ସହ ରାଜ୍ୟସଭା ସାଂସଦ ପଦରୁ ମଧ୍ୟ ଦେଖିଥିଲେ। ଏହା ପରେ ଓଡ଼ିଶାରୁ ଗୋଟିଏ ରାଜ୍ୟସଭା ଆସନ ଖାଲି ପଡ଼ିଛି।