୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୨ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୦୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲ୍‌ରୁ ୧୭ଜଣ ରହିଛନ୍ତି ।