ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର

ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ।

ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର, ୧୭/୧୨: ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ସେକ୍ସନ ଅଫିସର। ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ ୧୦ ହଜାର ଟଙ୍କା ଲାଞ୍ଚ ମାଗିବା ଓ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ବକେୟା ଥିବା ପେନସନ କାଗଜପତ୍ର କାମ ପାଇଁ ଉକ୍ତ ପ୍ରଧାନ ଶିକ୍ଷକଙ୍କଠାରୁ ବିଇଓ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ସେକ୍ସନ ଅଫିସର ରଣଜିତ କୁମାର ଷଡ଼ଙ୍ଗୀଙ୍କୁ ଧରିଥିଲା ଭିଜିଲାନ୍ସ।

ଭିଜିଲାନ୍ସ ଟିମ୍ ଶ୍ରୀ ଷଡ଼ଙ୍ଗୀଙ୍କ ନିକଟରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରିବା ସହ ଆୟ ବହିର୍ଭୂତ ସମ୍ପତ୍ତି ଦୃଷ୍ଟିକୋଣରୁ ତାଙ୍କ ସହ ଜଡ଼ିତ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି।