ଫେକ୍ ନ୍ୟୁଜ ଉପରେ କେନ୍ଦ୍ର ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍, ବ୍ଲକ ହେଲା ୮ ୟୁଟ୍ୟୁବ୍ ଚ୍ୟାନେଲ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ଯୁଗରେ ଫେକ୍ ନ୍ୟୁଜ୍ ନେଇ ସରକାରଙ୍କ ବଡ ମୁଣ୍ଡବିନ୍ଧା ପାଲଟିଛି । କେନ୍ଦ୍ର ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ଲଗାତାର ଏହା ବିରୋଧରେ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି । ତାଜା ସୂଚନା ଅନୁଯାୟୀ, ଭାରତର ଜାତୀୟ ସୁରକ୍ଷା, ବୈଦେଶିକ ସମ୍ପର୍କ ଏବଂ ଜନ ଶୃଙ୍ଖଳା ସହ ଜଡିତ ପ୍ରଚାର ପ୍ରସାର ପାଇଁ ସରକାର ୮ ୟୁଟ୍ୟୁବ ଚ୍ୟାନେଲକୁ ବ୍ଲକ କରିଛନ୍ତି ।

କେନ୍ଦ୍ର ସରକାର ଅଂଶୀଦାର କରିଥିବା ସୂଚନା ଅନୁଯାୟୀ, ଆଇଟି ନିୟମ, ୨୦୨୧ ଅନୁଯାୟୀ ୭ଜଣ ଭାରତୀୟ ଏବଂ ଗୋଟିଏ ପାକିସ୍ତାନୀ ୟୁଟ୍ୟୁବ ନ୍ୟୁଜ ଚ୍ୟାନେଲକୁ ବ୍ଲକ କରାଯାଇଛି । ବାସ୍ତବରେ ଏହି ୟୁଟ୍ୟୁବ୍ ଚ୍ୟାନେଲଗୁଡିକ ୧୧୪ କୋଟିରୁ ଅଧିକ ଥର ଦେଖାଯାଇଛି । ଏହା ବ୍ୟତୀତ ତାଙ୍କର ୮୫ ଲକ୍ଷ ୭୩ ହଜାର ସବଷ୍କ୍ରାଇବର ଥିଲେ ।

ଏହାପୂର୍ବରୁ ଚଳିତ ବର୍ଷ ଏପ୍ରିଲ ମାସରେ ଏମିତି ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଏକ ବଡ ନିଷ୍ପତ୍ତି ନେଇ କେନ୍ଦ୍ର ସରକାର ଏହା ପରେ ଭାରତରେ ୨୨ ଟି ୟୁଟ୍ୟୁବ୍ ଚ୍ୟାନେଲର ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଥିଲେ ସରକାର । ତୁରନ୍ତ ପ୍ରଭାବ ସହିତ ଏହି ଚ୍ୟାନେଲଗୁଡିକ ବ୍ଲକ୍ କରାଯାଇଥିଲା ।