ରାଜ୍ୟରେ କାଲିଠୁ ପୁଣି ବର୍ଷା!

ଆସନ୍ତାକାଲିଠାରୁ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୨୫ରୁ ବଢିବ ଶୀତ

ଭୁବନେଶ୍ୱର, ୨୩/୧୨: ଆସନ୍ତାକାଲିଠାରୁ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସତର୍କ ସୂଚନା ଜାରି କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଆନ୍ଧ୍ରପ୍ରଦେଶ- ଉତ୍ତର ତାମିଲନାଡୁ ଆଡ଼କୁ ମୁହାଁଉଛି। ତେଣୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨୪ ଓ ୨୫ ତାରିଖରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ,‌ ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ହାଲୁକା ବର୍ଷା ହେବ। ଆସନ୍ତା କାଲି ଉପକୂଳବର୍ତ୍ତୀ ଓଡ଼ିଶା ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ହେବ। ଆସନ୍ତା ୨୫ ତାରିଖ ବୁଧବାରଠାରୁ ବର୍ଷାର ପରିମାଣ କମି ଶୀତ ବଢିବାର ପୂର୍ବାନୁମାନ କରାଯାଇଛି।