ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଲା

ଭୁବନେଶ୍ୱର ୧୯/୦୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକାଳେ ଅବପାତର ରୂପ ନେଇଛି । ଆଗାମୀ ୬ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ। ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏବେ ଏହା ବାଲେଶ୍ୱରରୁ ପୂର୍ବ ଦକ୍ଷୀଣ ପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ରହିଛି ।

ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଏହା ଉପକୂଳ ଅଭିମୁଖେ ଅଗ୍ରସର ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଗଲାଣି ବର୍ଷା । ଆଜି ଓ କାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ। ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।