ଭୁବନେଶ୍ଵର: ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ସେପଟେ ବର୍ଷା ଓ ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ ବ୍ରାହ୍ମଣୀ ଓ ବୁଢ଼ାବଳଙ୍ଗ ବେସିନ୍ରେ ଅଧିକ ବର୍ଷାର ସମ୍ଭାବନା ରହିଛି । ତେଣୁ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ନଦୀରେ ବନ୍ୟା ଆଶଙ୍କା ରହିଛି । ବାଲେଶ୍ବର, ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝରରେ ବି ପ୍ରବଳ ବର୍ଷା ଆଶଙ୍କା ରହିଛି ।
ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁରକୁ ଅତିରିକ୍ତ ଓଡ୍ରାଫ ଓ ଏନଡିଆରଏଫ ଟିମ୍ ପଠାଯିବ ବୋଲି କହିଛନ୍ତି ଏସଆରସି । ମୁଣ୍ଡଳିର ତଳମୁଣ୍ଡରେ ଜଳସ୍ତର କମିଥିବା ବେଳେ କୌଣସି ଜାଗାରେ ନୂଆ ଘାଇ ସୃଷ୍ଟି ହୋଇନାହିଁ । ହୀରାକୁଦ୍ରେ ପର୍ଯ୍ୟାୟ କ୍ରମେ ଗେଟ୍ ପରେ ଗେଟ୍ ବନ୍ଦ କରାଯାଉଛି । ସେପଟେ ହୀରାକୁଦର ଜଳସ୍ଥଳ ମଧ୍ୟ କମିବାରେ ଲାଗିଛି ।