ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ଵର:  ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ତେବେ ବାତ୍ୟାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ୮ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେପଟେ ଏସଆରସିଙ୍କ କହିବା କଥା ବ୍ରାହ୍ମଣୀ ଓ ବୁଢ଼ାବଳଙ୍ଗ ଅବବାହିକାରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ।

ବନ୍ୟା ଭିତରେ ବର୍ଷା ଭୟ । ଗଭୀର ଅବପାତରେ ପରିଣତ ହେଲା ଅବପାତ । ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା । ବାତ୍ୟାର ସମ୍ଭାବନା ନାହିଁ । କିନ୍ତୁ ପବନର ବେଗ ୫୫ରୁ ୬୫, ବେଳେ ବେଳେ ୭୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ।