ନୂଆଖାଇ ପାଇଁ ବାହାରିଲା ଲଗ୍ନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ଏବଂ ପ୍ରସିଦ୍ଧ ଗଣପର୍ବ ‘ନୂଆଖାଇ’ ପାଇଁ ଆଜି ଲଗ୍ନ ନିର୍ଦ୍ଧାରିତ ହୋଇଯାଇଛି। ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ପକ୍ଷରୁ ଲଗ୍ନଧାର୍ଯ୍ୟ ହେଲା  ପକ୍ଷରୁ ପଣ୍ଡିତ, ବିଦ୍ୱାନ ଏବଂ ଜ୍ୟୋର୍ତିବିଦ ମାନେ ଲଗ୍ନ ସ୍ଥିର କରିଛନ୍ତି। ମା’ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ରକୁ ନେଇ ଏହି ଶୁଭଲଗ୍ନ ବାହାର କରାଯାଇଛି।

ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବା ନେଇ ଆଜି ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସ ୧ ତାରିଖ ଦିନ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବ।