ହୀରାକୁଦ ଡ୍ୟାମ୍‌ର ୮ଟି ଗେଟ୍‌ ବନ୍ଦ, ୨୦ଟି ଗେଟ୍‌ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର: ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଅଜି ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ୮ଟି ଗେଟ୍‌ ବନ୍ଦ କରାଯାଇଛି । ଜଳଭଣ୍ଡାରରୁ ଏହି ୮ଟି ଗେଟ୍‌ ବନ୍ଦ କରିଦିଆଯିବା ପରେ ଅପରାହ୍ନ ୩ଟାରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏଥିରେ ବାମ ପାର୍ଶ୍ବରୁ ୧୪ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୬ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ ହୀରାକୁଦ ଜଳଭଣ୍ଡାରରୁ ଆହୁରି ଗେଟ୍‌ ବନ୍ଦ କରି ଦିଆଯାଇପାରେ। ପର୍ଯ୍ୟାୟ କ୍ରମେ ଡ୍ୟାମ୍‌ରୁ ଗେଟ୍‌ଗୁଡ଼ିକ ଖୋଲି ଦିଆଯିବା ପରେ ମହାନଦୀରେ ବନ୍ୟାଜଳ ହ୍ରାସ ପାଇବ, ଯାହାକୁ ତଳିଆ ଅଞ୍ଚଳର ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରିବ।