ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ

ଗୁରୁବାର ରାଜ୍ୟର ୫ ଜଣ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରବିନ୍ଦ ଡାକୁଆଙ୍କୁ ଅନ୍ୟତ୍ର ବଦଳି

ଭୁବନେଶ୍ୱର, ୦୨/୦୧: ରାଜ୍ୟରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍)ରେ ସାମାନ୍ୟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୁରୁବାର ରାଜ୍ୟର ୫ ଜଣ ଆଇଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି।

ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଥିବା ୧୯୯୯ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଏନ୍ ବିଏସ୍ ରାଜପୁତଙ୍କୁ ସରକାରୀ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।

ସରକାରୀ ଉଦ୍ୟୋଗ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିବା ୨୦୦୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଟେମଜେନୱାପାଙ୍ଗ ଆଓଙ୍କୁ ଯୋଜନା ଓ ସମନ୍ୱୟ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ଇପିକୋଲର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ୨୦୦୮ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ୨୦୧୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରେମ ଚନ୍ଦ୍ର ଚୌଧୁରୀଙ୍କୁ ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରୁଥିବା ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସନ ନିର୍ଦ୍ଦେଶକ ଓ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।