ଆସନ୍ତା ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ପରବର୍ତ୍ତୀ ଜନ ଶୁଣାଣି କାର୍ଯ୍ୟକ୍ରମ ନେଇ ପ୍ରକାଶ ପାଇବ ତାରିଖ

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, ୦୨/୦୧: ଆସନ୍ତା ଜାନୁଆରୀ ୬ (ସୋମବାର) ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ୬ରେ ମୁଖ୍ୟମନ୍ତ୍ରୀଙ୍କ କିଛି ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତ୍ତୀ ଶୁଣାଣି ତାରିଖ ଖବରକାଗଜ ଓ ଅନ୍ୟାନ୍ୟ ଗଣମାଧ୍ୟମ ଜରିଆରେ ଜନସାଧାରଣଙ୍କୁ ଜଣାଇ ଦିଆଯିବ।