ଦିଲ୍ଲୀ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଇସିଆଇ।

ଏକକ ପର୍ଯ୍ୟାୟରେ ହେବ ନିର୍ବାଚନ

ନୂଆଦିଲ୍ଲୀ, ୦୭/୦୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଜୁଲ। ଭାରତୀୟ ନିର୍ବାଚନ ଆୟୋଗ ପକ୍ଷରୁ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରାଯାଇଛି।

୭୦ ଆସନ ବିଶିଷ୍ଟ ବିଧାନସଭାର କାର୍ଯ୍ୟକାଳ ଫେବ୍ରୁଆରି ୨୩ରେ ଶେଷ ହେବ। ଏ ନେଇ ନିର୍ବାଚନ ଅନୁଷ୍ଠିତ ହେବ। ଦିଲ୍ଲୀରେ ଏକକ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେବ।

ଫେବ୍ରୁଆରୀ ୫ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ୮ରେ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ। ସେଥିପାଇଁ ୧୦ରେ ପ୍ରକାଶ ପାଇବ ବିଜ୍ଞପ୍ତି। ୧୭ ଜାନୁଆରୀ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ହୋଇଥିବା ବେଳେ ୨୦ରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ।

ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପି, କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି ମଧ୍ୟରେ ତ୍ରିମୁଖୀ ଲଢ଼େଇ ଦେଖିବାକୁ ମିଳିବ। ଆପ୍ କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି।