ପରଲୋକରେ ପୂର୍ବତନ ବିଧାୟକ ସଦନ ନାୟକ
କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ଆଜି ପରଲୋକ ଘଟିଛି।
ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, ୦୮/୦୧: ବରିଷ୍ଠ ନେତା ତଥା କୋଟପାଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସଦନ ନାୟକଙ୍କ ଆଜି ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଜଗଦଲପୁର ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ନିଜ ପୈତୃକ ଗାଁ ଚିତାଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।
୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ବିଜେଡ଼ି ଟିକେଟରେ କୋରାପୁଟ ଜିଲ୍ଲାର କୋଟପାଡ଼ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିଲେ ସଦନ ନାୟକ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। “କୋଟପାଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶିକ୍ଷା, ସ୍ୱାସ୍ଥ୍ୟ ସେବା ଓ ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ଆଣିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସଦନ ନାୟକ। ତାଙ୍କ ବିୟୋଗରେ କୋରାପୁଟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କ ଆତ୍ମାର ଶାନ୍ତି ହେଉ” ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି।