ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଅଧିକ ଚିକିତ୍ସା ପାଇଁ ଯିବେ ହାଇଦ୍ରାବାଦ

ଭୁବନେଶ୍ୱର, ୨୮/୦୧: ଓଡ଼ିଶାର ବିଶିଷ୍ଟ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଛି। ଏ ନେଇ ସୂଚନା ଦେଇଛନ୍ତି ପୁଅ ତଥା ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବୟସାଧିକ କାରଣରୁ ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜୁଛି। ଗତ ସେପ୍ଟେମ୍ବର ମାସରେ ଶରୀର ଅସୁସ୍ଥ ଥିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।