ଭୁବନେଶ୍ୱର, ୩୦/୦୧: ଆଜି ଭୁବନେଶ୍ୱର ସ୍ଥିତ ବିଧାନସଭା ପରିସରରେ ରାଜ୍ୟ ସ୍ତରୀୟ ଶହୀଦ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଧାନସଭା ପ୍ରାଙ୍ଗଣରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମ୍ ପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଏହା ସହିତ ପୋଲିସ ବାହିନୀ ପକ୍ଷରୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା।
Prev Post
Next Post