ଭୁବନେଶ୍ୱର, ୦୩/୦୨: ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲାର ଭଟଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହ ଗୁରୁତର ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏ ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ଦୁଇ ବର୍ଷ ଧରି ସୁଶାନ୍ତ ସିଂ ଅସୁସ୍ଥ ଥିଲେ। ତାଙ୍କର ଖାଦ୍ୟନଳୀ ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ରାଜ୍ୟ ସହ ରାଜ୍ୟ ବାହାରକୁ ତାଙ୍କର ଚିକିତ୍ସା ପାଇଁ ନିଆଯାଇଥିଲା। ହେଲେ, ଗତ ୫ ଦିନ ଧରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ରହୁଥିଲା। ବରଗଡର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା କରାଯାଇଥିଲା। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ଆଜି ସକାଳୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା।