କୁମ୍ଭମେଳାରେ ବୁଡ଼ ପକାଇବା ପାଇଁ ଗଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ
ସାଥିରେ ଅଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଓ ଗୋକୁଳାନନ୍ଦ ମଲ୍ଲିକ
ଭୁବନେଶ୍ୱର, ୦୬/୦୨: କୁମ୍ଭମେଳାରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜ ବାହାରିଲେ ମାନ୍ୟବର ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା I
ସାଥିରେ ଅଛନ୍ତି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ମତ୍ସ୍ୟ, ପ୍ରାଣୀ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ପରିବାର ବର୍ଗ।
ଉଲ୍ଲେଖଯୋଗ୍ୟ, ଗତ କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଥିଲେ।