୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁଯାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।