ଖାତାକୁ ଆସିଲା ସୁଭଦ୍ରା‌ ଟଙ୍କା

ଚତୁର୍ଥ ପର୍ଯ୍ୟାୟ ଟଙ୍କା ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୮/୦୨: ଆଜି ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର‌ ଚତୁର୍ଥ ପର୍ଯ୍ୟାୟ ଟଙ୍କା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାଜପୁର ଜିଲ୍ଲା ବ୍ୟାସନଗର ର ଚାନ୍ଦମା ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଯାଜପୁର ସାଂସଦ ଡ଼ଃ ରବୀନ୍ଦ୍ର ନାରାୟଣ ବେହେରା, ବିଧାୟକ ଅମର ନାୟକ, ଆକାଶ ଦାସ ନାୟକ ଓ ହିମାଂଶୁ ଶେଖର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଆଜି ୧୮ ଲକ୍ଷ ମହିଳାଙ୍କୁ ମିଳିଛି ସୁଭଦ୍ରା ଟଙ୍କା। ଏହା ପରେ ୯୮ ଲକ୍ଷ ମହିଳା ହିତାଧିକାରୀ ସୁଭଦ୍ରା ସହ ଯୋଡି ହୋଇ ପାରିଛନ୍ତି। ଆଉ ୨ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ଏନପିସିଆଇ କ୍ଲିଅର କରିବା ପରେ ମାର୍ଚ୍ଚ ୮ ତାରିଖରେ ମିଳିବ। ଏହି ଦିନ ଦ୍ଵିତୀୟ କିସ୍ତି ଟଙ୍କା ମିଳିବ।