୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।