୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା: ଆଇଏମଡି

ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୬/୦୨: ଆସନ୍ତା ୧୯ ତାରିଖରୁ ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।