କିଟ୍ ମାମଲାର ହେବ ଉଚ୍ଚସ୍ତରୀୟ ତଦନ୍ତ

ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୮/୦୨: କିଟ୍ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରେ ଘଟିଥିବା ଘଟଣାକୁ ନେଇ ତଦନ୍ତ କରିବା ପାଇଁ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିଛନ୍ତି। ଏକ ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ କମିଟିରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସହ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଏବଂ ଉଚ୍ଚଶିକ୍ଷା ବିଭାଗର ସଚିବ ରହିଛନ୍ତି।

ଏମାନଙ୍କୁ ନେଇ ଗଠିତ ଫ୍ୟାକ୍ଟ ଫାଇଣ୍ଡିଂ କମିଟିର ରିପୋର୍ଟ ଆଧାରରେ ଉପଯୁକ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି‌।

ବିଜ୍ଞପ୍ତିରେ ଆହୁରି ମଧ୍ୟ କୁହାଯାଇଛି ଯେ, ଯେଉଁ ବ୍ୟକ୍ତିମାନେ ବେଆଇନ ଭାବେ ଛାତ୍ରଛାତ୍ରୀଙ୍କ ଉପରେ ଆକ୍ରମଣ କରିଛନ୍ତି ସେମାନଙ୍କ ବିରୋଧରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ସରକାର ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଖୁବ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ।