୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୭୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।