ଡ଼ ଚନ୍ଦ୍ର ଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀର ନୂଆ ସଚିବ
ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ସଚିବ ଭାବେ ମିଳିଲା ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର, ୨୫/୦୨: ଓଡ଼ିଶା ସାହିତ୍ୟ ଏକାଡେମୀର ନୂଆ ସଚିବ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଡ଼ ଚନ୍ଦ୍ର ଶେଖର ହୋତାଙ୍କୁ ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ଡ଼ ହୋତାଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ ଓ ୨୮ରୁ ଦାୟିତ୍ୱ ନେବେ। ଡ଼ ହୋତା ଏ ନେଇ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେବା ସହ ଓଡ଼ିଆ ପ୍ରସଙ୍ଗକୁ ଆଗକୁ ନେବା ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି।