ଭୁବନେଶ୍ୱର, ୨୭/୦୨: ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଅଘଟଣ। ହସ୍ପିଟାଲର ଏକ୍ସ-ରେ ରୁମରୁ ବୁଧବାର ସନ୍ଧ୍ୟାରେ ସନ୍ଦେହଜନକ ଅବସ୍ଥାରେ ଜଣେ ଏକ୍ସ-ରେ ଟେକ୍ନିସିଆନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ନାମ ପ୍ରଭାତ ମହାନ୍ତି। ସନ୍ଧ୍ୟା ପ୍ରାୟ ୭ଟା ବେଳେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା।
ତାଙ୍କୁ ଉଦ୍ଧାର କରାଯିବା ପରେ ତୁରନ୍ତ କାଜୁଆଲିଟି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ହେଲେ, ଦୁର୍ଭାଗ୍ୟବଶତଃ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଶ୍ରୀ ମହାନ୍ତିଙ୍କ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। କ୍ୟାପିଟାଲ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।