ଆସନ୍ତାକାଲି ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ ସମାରୋହ
ବିରୋଧୀ ଦଳ ନେତା ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, ୦୪/୦୩: ଆସନ୍ତାକାଲି ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବହୁ ଆଡମ୍ବର ସହକାରେ ପାଳନ କରିବେ ରାଜ୍ୟ ସରକାର। ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ବାବୁଙ୍କ ଜୟନ୍ତୀ ପାଇଁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ଯୋଗ ଦେବାକୁ ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନବୀନଙ୍କୁ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ନବୀନ।
ସୂଚନାଯୋଗ୍ୟ, ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଭବ୍ୟ ଢଙ୍ଗରେ ପାଳନ କରିବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ତେବେ ପୂର୍ବରୁ ମାର୍ଚ୍ଚ ୫ ତାରିଖରେ ପାଳିତ ହେଉଥିବା ପଞ୍ଚାୟତିରାଜ ଦିବସ ଏବେ ଏପ୍ରିଲ ୨୪ରେ ପାଳନ କରାଯିବ ବୋଲି ଘୋଷଣା କରାଯାଇଥିଲା। ଯାହାକୁ ନେଇ ବିରୋଧୀ ଦଳ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ତୀବ୍ର ବିରୋଧର କରିଛନ୍ତି।