ବିଜୁବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତୀ

ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୦୫/୦୩: ଆଜି ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ଓଡ଼ିଶାର ବିକାଶରେ ବିଜୁ ପଟ୍ଟନାୟକଙ୍କ ଅବଦାନକୁ ସ୍ମରଣ କରିଛନ୍ତି।