ଭୁବନେଶ୍ୱର, ୦୮/୦୩: ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟରେ ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ମିଳିଛି। ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ପ୍ରାୟ ୧ କୋଟି ୬୩ ହଜାର ହିତାଧିକାରୀଙ୍କୁ ଏହି ଟଙ୍କା ବଣ୍ଟନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୋକୁଳାନନ୍ଦ ମଲ୍ଲିକ, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ ବ୍ରହ୍ମପୁର ସାଂସଦ ଡ଼ ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ, ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରାଯାଇଥିଲା। ବର୍ଷକୁ ଦୁଇଟି କିସ୍ତିରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ମିଳିବ।