ଭୁବନେଶ୍ୱର, ୧୦/୦୩: ଅପରାଧର ମାସ ଥିଲା ଜାନୁଆରୀ। ୨୦୨୫ ଜାନୁଆରୀ ମାସରେ ରାଜ୍ୟରେ ସର୍ବାଧିକ ଅପରାଧ ଘଟିଛି। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜାନୁଆରୀ ମାସରେ ୧୧୧ଟି ହତ୍ୟା, ୨୦ ଡକାୟତି, ୧୫୦୯ ଚୋରି, ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ, ୬୫୫ ଅସଦାଚରଣ, ୭୯ ଯୌନ ନିର୍ଯାତନା ଘଟଣା ଘଟିଛି। ସେହିପରି ୧୪୯ଟି ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ ଘଟଣା, ୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ, ୩୧ଟି ମାମଲା ମହିଳାଙ୍କୁ ହଇରାଣ କରିବା ପାଇଁ ରୁଜୁ ହୋଇଛି।
ସେହିପରି ୨୦୨୪ରେ ୧୨୫୮ ହତ୍ୟା, ୩୫୬ ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚାରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣ ମହିଳାଙ୍କୁ ଅସଦାଚାରଣ, ୧୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ, ୩୬୫ ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି।