ଜଗତସିଂହପୁର, ୧୦/୦୩: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ। ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି ପ୍ରଧାନଶିକ୍ଷକ। ଏହି ଅଭିଯୋଗରେ ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ଡାବରା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କରି ଗିରଫ କରାଯାଇଛି। ପ୍ରଧାନ ଶିକ୍ଷକ ରୁଦ୍ର ପ୍ରସାଦ ସ୍ୱାଇଁଙ୍କୁ ନାଉଗାଁ ପୁଲିସ ଗିରଫ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ତାଙ୍କୁ ନିଲମ୍ବିତ କରିଛନ୍ତି। ଶିକ୍ଷା ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ତଦନ୍ତ ପରେ ଶ୍ରୀ ସ୍ୱାଇଁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଧିକ ତଦନ୍ତ ଜାରି ରହିଛି।