ଭୁବନେଶ୍ୱର, ୧୨/୦୩: ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ଖରା ହେବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ରାଜ୍ୟର ଅନେକ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାର୍ଚ୍ଚ ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ କେତେକ ଜିଲ୍ଲାରେ ହିଟ୍ ୱେଭ୍ ମଧ୍ୟ ଜାରି ରହିବ।
ସଦ୍ୟତମ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୩ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୧୫ ତାରିଖରେ ପ୍ରବଳ ଖରା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୬ ତାରିଖରେ ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।