ସ୍ରଷ୍ଟା ରମାକାନ୍ତ ରଥଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ସ୍ୱର୍ଗତ ରଥଙ୍କ ଅମର ଆତ୍ମାର ସଦଗତି କାମନା କଲେ ରାଜ୍ୟପାଳ ହରିବାବୁ କାମ୍ଭମପତି
ଭୁବନେଶ୍ୱର, ୧୬/୦୩: ପରଲୋକରେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି ତଥା ପଦ୍ମଭୂଷଣ ରମାକାନ୍ତ ରଥ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିଜର ଶୋକବାର୍ତ୍ତାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାର ଖ୍ୟାତନାମା କବି ତଥା ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରମାକାନ୍ତ ରଥଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। କବିତା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ସୁସମୃଦ୍ଧ କରିବାରେ ତାଙ୍କର ଯୋଗଦାନ ଅକଳ୍ପନୀୟ। କେନ୍ଦ୍ର ସାହିତ୍ୟ ପୁରସ୍କାର ପ୍ରାପ୍ତ ତଥା ଅନେକ ସମ୍ମାନର ଅଧିକାରୀ ଶ୍ରୀ ରଥଙ୍କ ଲେଖାରେ ଆଧ୍ୟାତ୍ମିକ ଓ ଆଦିଭୌତିକ କଳ୍ପନାର ବ୍ୟବହାର ଦେଖାଯାଇଥାଏ। ତାଙ୍କର କାଳଜୟୀ କବିତା ଗୁଡିକ ପାଇଁ ସେ ଓଡ଼ିଆ ଜନମାନସରେ ଚିର ସ୍ମରଣୀୟ ହୋଇ ରହିବେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି।
ସେହିପରି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପତି ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ୱର୍ଗତ ରଥଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ସମବେଦନା ଜଣାଇଛନ୍ତି।