୮ ମାସରେ ୧ ଲକ୍ଷ ୩୫ ହଜାର ୭୪ଟି ମାମଲା ରୁଜୁ

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର, ୧୭/୦୩: ଗତ ୮ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧ ଲକ୍ଷ ୩୫ ହଜାର ୭୪ଟି ମାମଲା ରୁଜୁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି।

ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ମୁଖ୍ୟତଃ ନିୟନ୍ତ୍ରଣାଧୀନ ରହିଛି। ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସେହିପରି ଗଞ୍ଜାମରେ ସର୍ବାଧିକ ଅପରାଧିକ ମାମଲା ରୁଜୁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।