ଆଇଏଏସ ସ୍ତରରେ ଅଦଳବଦଳ

ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଓଏସସିଏସସି ଏମଡି ଦାୟିତ୍ୱ

ଭୁବନେଶ୍ୱର, ୧୮/୦୩: ରାଜ୍ୟରେ ଆଇଏଏସ୍ ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି ସରକାର। ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ଓଡ଼ିଶାର ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ ତଥା ୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବାକୁ ଅନୁମତି ଦିଆଯାଇଛି।

ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ହୋଇଛନ୍ତି।

ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ରେ ଥିବା ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ ନିଗମ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶକ ୨୦୧୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଶୁଭମ ସକ୍ସେନାଙ୍କୁ ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।