କୁଆପଥର ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

୫୦-୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର, ୨୨/୦୩: ଆସନ୍ତା ୩ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ସହ ପବନ ବହିବାର ଆଶଙ୍କା କରାଯାଉଛି। ଆଇଏମଡିର ସଦ୍ୟତମ ସୂଚନା ଅନୁସାରେ, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ୧୧ଟି ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।