ଭୁବନେଶ୍ୱର, ୨୭/୦୩: ପ୍ରବଳ ଖରା। ଜନଜୀବନ ଅସ୍ତବ୍ୟସ୍ତ। କିଛି ଦିନର ତ୍ରାହି ପରେ ପୁଣି ବଢ଼ୁଛି ତାପମାତ୍ରା। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ଆଗକୁ ଆହୁରି ତାତି ବଢିବ। ଆସନ୍ତା ୨୯ ତାରିଖରୁ ରାଜ୍ୟରେ ତାପମାତ୍ରା ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି।
୨୯ ତାରିଖରେ ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସେହିପରି ୩୦ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ଖରା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।