ଭୁବନେଶ୍ୱର, ୦୭/୦୪: ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରି ବାଦ୍ ପଡିଥିବା ମହିଳା ହିତାଧିକାରୀ ମାନେ ପାଇବେ ଟଙ୍କା। ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଏପ୍ରିଲ ୨୨ ଓ ୨୩ ତାରିଖରେ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି।
ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ସର୍ଭେ କରାଯିବା ପରେ ଏହି ଘୋଷଣା କରାଯାଇଛି। ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରାଯିବ ବୋଲି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଯୋଗ ମହୋତ୍ସବରେ ଯୋଗ ଦେବା ପରେ ଉପମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି।