କଟକ, ୧୧/୦୪: କଟକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ଆଠଗଡ଼ ଥାନା ମୁଣ୍ଡଳି ରାସ୍ତାର ଛତାର ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ୨୦ ଜଣ ଆହତ ହୋଇଥିବା ବେଳେ ୧୦ରୁ ଅଧିକ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଆଠଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଆଜି ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହୋଇଛି। ଏହାକୁ ଉଦଘାଟନ କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଆସିଛନ୍ତି। କଟକର ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏଥିରେ ଯୋଗ ଦେବାକୁ ଯାଇ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏହି ଯାତ୍ରୀମାନେ ଆୟୁଷ୍ମାନ କାର୍ଡ ଆଣିବା ପାଇଁ ଯାଉଥିବାର ସୂଚନା ମିଳିଛି।