ଓଡ଼ିଶାରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ
ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା
ସାଢେ ୩ କୋଟି ଲୋକଙ୍କୁ ମିଳିବ ମାଗଣା ସ୍ୱାସ୍ଥ୍ୟ ସେବା
ଭୁବନେଶ୍ୱର, ୧୧/୦୪: ଓଡ଼ିଶାରେ ଶୁଭାରମ୍ଭ ହେଲା ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା। କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଟକ ସାଂସଦ ଭର୍ତ୍ତୃହରି ମହତାବ ଏବଂ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଓଡ଼ିଶାରେ ୧ କୋଟି ୩ ଲକ୍ଷ ପରିବାରର ୩ କୋଟି ୫୦ ଲକ୍ଷ ଆୟୁଷ୍ମାନ ଯୋଜନାର ଲାଭାର୍ଥୀ ଅଛନ୍ତି। ଏହି କାର୍ଡ଼ ଦ୍ବାରା ରାଜ୍ୟ ତଥା ରାଜ୍ୟ ବାହାରେ ୨୯,୦୦୦ରୁ ଅଧିକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ପ୍ରତି ପରିବାରର ପୁରୁଷଙ୍କ ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ବାର୍ଷିକ ୧୦ ଲକ୍ଷ ଟଙ୍କାର ସହାୟତା ମିଳିବ। ଆୟୁଷ୍ମାନ ଭାରତ ଯୋଜନାରେ ୭୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ବୟୋ ବନ୍ଦନ କାର୍ଡ ମିଳିବ।