ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ନିନ୍ଦା କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲେ

ଭୁବନେଶ୍ୱର, ୧୩/୦୪: ଧର୍ମଶାଳାରେ ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ନିନ୍ଦା କରିଛନ୍ତି ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ।

ନବୀନ କହିଛନ୍ତି, “ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି। ଜନପ୍ରତିନିଧୂମାନେ ଯଦି ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ତଥା କାର୍ଯ୍ୟକଳାପକୁ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା, ସ୍ଥାଣୁ ତଥା ଏକପାଖୁଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ” ବୋଲି କହିଛନ୍ତି ନବୀନ।