ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ

ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର, ୧୫/୦୪: ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୭ ତାରିଖ ଅପରାହ୍ନରେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ସ୍ମାରକୀ ବକ୍ତୃତାରେ ଯୋଗଦେବେ। ଏହା ପରେ ଭୁବନେଶ୍ୱରରେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏନ୍ଏଚ୍ଏଆଇର ୫ ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା ସହ ଏକ ସାଧାରଣ ସଭାରେ ଉଦବୋଧନ ଦେବେ ବୋଲି ମନ୍ତ୍ରୀ କହିଛନ୍ତି।