ପୁଣି ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର, ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏଥିପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ନିମ୍ନ ଲିଖିତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନାଗିରି, କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଏବଂ ସୋନପୁର ଇତ୍ୟାଦି ରହିଛି। ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।