୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଅଂଚଳରେ ବ୍ରାଉନ ସୁଗାର କାରବାର ବଢ଼ିବାରେ ଲାଗିଛି । ସଦର ପୁଲିସର ନିଷ୍କ୍ରିୟତା ବ୍ରାଉନ ସୁଗାର ବେପାରୀ ମାନଙ୍କୁ ତାଙ୍କ କାରବାର ବଢ଼ାଇ ବାରେ ସୁଯୋଗ ସୃଷ୍ଟି କରିଛି । ଏପରି ସ୍ଥଳେ ବିଶେଷ ସୂତ୍ରରୁ ଖବର ପାଇ ଢେଙ୍କାନାଳ ଅବକାରୀ ସ୍ୱତନ୍ତ୍ର ସ୍କ୍ୱାର୍ଡ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ବଳଦିଆ ବନ୍ଧ ଅଂଚଳରେ ଚଢ଼ାଉ କରିଛି ।

ଏହି ଚଢ଼ଉରେ ଅବକାରୀ ସ୍କ୍ୱାର୍ଡ ଜଣେ ବ୍ରାଉନ ସୁଗାର ବେପାରୀକୁ କାବୁ କରିବାରେ ସକ୍ଷମ ହୋଇଛି । ବେପାରୀ ଠାରୁ ୪୨ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି । ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୪ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି ।