ସମ୍ବଲପୁର, ୨୧/୦୪: ଗତ କାଲିଠାରୁ ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଥିବା ବେଳେ ଆଜି ସକାଳେ ଜନଶୁଣାଣି ଶିବିରରେ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ, ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଏବଂ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଭେଟିଥିଲେ।