ପୁରୀରେ ନୂତନ ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୦୬/୦୫: ପୁରୀରେ ନୂତନ ବିମାନବନ୍ଦର ସ୍ଥାପନ କରିବା ପ୍ରସ୍ତାବକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜାରାପୁ ନୀତିଗତ ମଞ୍ଜୁରି ପ୍ରଦାନ କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜାରାପୁଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ଲାଭ କରିଛି । ପୁରୀଠାରେ ବିମାନ ବନ୍ଦର ନିର୍ମାଣ ହେବା ଦ୍ୱାରା ଏହି ଅଞ୍ଚଳରେ ଧାର୍ମିକ, ଆଞ୍ଚଳିକ ଓ ପର୍ଯ୍ୟଟନର ବିକାଶ ହେବା ସହ ଯୋଗାଯୋଗ ଏବଂ ଅର୍ଥନୀତି ଅଧିକ ସୁଦୃଢ଼ ହେବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।