ଭାରତୀୟ ସେନାର ବିଜୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସିନ୍ଦୂର’ ତ୍ୟାଗ ଓ ସଂକଳ୍ପର ପ୍ରତୀକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୭/୦୫: ଅପରେସନ ସିନ୍ଦୂରରେ ଭାରତ ପାକିସ୍ତାନ ଉପରେ କରିଥିବା ଏୟାର ଷ୍ଟ୍ରାଇକକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’ କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି।

ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି।

ଆମେ ସେନାର ସାହସକୁ ନମନ କରୁଛୁ।

ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ ବିଶ୍ୱାସ କରୁଛୁ।

ଜୟ ହିନ୍ଦ।