ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ

୮ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର, ୦୭/୦୫: ଆଜି ରାଜ୍ୟ କ୍ୟାବିନେଟର ଅଷ୍ଟାଦଶ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ।

ମୋଟ ୫ଟି ବିଭାଗର ୮ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲା।