କୋରାପୁଟ, ୧୬/୦୫: କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ ଗୌଡ଼ଗୁଡା ଛକ ୩୨୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ନୟାଗଡ଼ରୁ ମାଲକାନଗିରି ଅଭିମୁଖେ ଯାଉଥିବା ଏକ କାର୍ ନିୟନ୍ତ୍ରଣ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ଅନ୍ୟ ଦୁଇ ଜଣଙ୍କୁ ବୈପାରିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।